News 18 Odia Digital
BIG Breaking: ୨୦୨୪ ସାଧାରଣ ନିର୍ବାଚନ ଭିତରେ ଆସିଛି ଏକ ବଡ଼ ଖବର । ବିହାର ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡ଼ିଥିବା ଖବର ମିଳିଛି । ତେବେ ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ୍ କରାଯାଇଛି । ବର୍ତ୍ତମାନ ସେ ଚିକିତ୍ସିତ ହେଉଛନ୍ତି ।
ମିଳିଥିବା ଖବର ଅନୁଯାୟୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ୍ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ଵାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି।
ପଢନ୍ତୁ ଏହି ଖବର….
Army vs BSF: ଆର୍ମି ଏବଂ ବିଏସଏଫ୍ ମଧ୍ୟରେ ପାର୍ଥକ୍ୟ କ’ଣ? କାହାକୁ ମିଳେ ଅଧିକ ଦରମା…
ଏଥିରେ ସ୍ପଷ୍ଟ ଭାବେ ଲେଖାଯାଇଛି ଯେ, ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ଅଛନ୍ତି। ଏହି କାରଣରୁ ମଙ୍ଗଳବାର ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏଠାରେ ସୂଚନାଯୋଗ୍ୟ, ନୀତିଶ କୁମାର ଆଜି ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବାର ଥିଲା। କିନ୍ତୁ ଅସୁସ୍ଥତା କାରଣରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ୍ କରାଯାଇଥିବା ଖବର ମିଳିଛି ।
ପଢନ୍ତୁ ଏହି ଖବର….
Shubman Gill Fined: ଗିଲଙ୍କ ଉପରେ ୨୪ ଲକ୍ଷ ଟଙ୍କା ଜରିମାନା କଲା BCCI; ଜାଣନ୍ତୁ କାହିଁକି?
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।
କମ୍ପାନୀ କହିଛି ଯେ ଯଦିଓ ଏହି ସମୟରେ 5G ବଜାରକୁ ଆସିଛି, ଆମେ କୌଣସି ପ୍ରକାରେ ଆମର ଯୋଜନାକୁ ମହଙ୍ଗା କରିବୁ ନାହିଁ । ଆମ ପାଇଁ ଆମ ଗ୍ରାହକଙ୍କଠାରୁ କେହି ବଡ଼ ନୁହଁନ୍ତି । ସେମାନଙ୍କ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ଆମେ ଆମର ସେବାକୁ ଉନ୍ନତ କରିବା ଜାରି ରଖିବୁ






